7ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ;
8ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” ସଦାପ୍ରଭୁ ତାହାଙ୍କର ନାମ।
9ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
10ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
11ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
12କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
13ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
14ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
15ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।