Text copied!
CopyCompare
ଓଡିଆ ବାଇବେଲ - ଆୟୁବ

ଆୟୁବ 14

Help us?
Click on verse(s) to share them!
1ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
2ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
3ଆଉ, ତୁମ୍ଭେ ଏପରି ଜଣକ ଉପରେ କ’ଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କ’ଣ ମୋତେ ଆଣୁଅଛ ?
4ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
5ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ ?
6ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
7କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
8ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
9ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
10ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ ?
11ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
12ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍‍ଥାପିତ ହେବେ ନାହିଁ।
13ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ’ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ !
14ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କ’ଣ ସେ ପୁନର୍ବାର ବଞ୍ଚିବ ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
15ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
16ମାତ୍ର ଏବେ ତୁମ୍ଭେ ମୋ’ ପାଦଗତି ଗଣନା କରୁଅଛ; ତୁମ୍ଭେ କ’ଣ ମୋ’ ପାପ ପ୍ରତି ନିରୀକ୍ଷଣ କରୁନାହଁ ?
17ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋ’ ଅଧର୍ମ ବାନ୍ଧି ରଖୁଅଛ।
18ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;

19ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।
20ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
21ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
22ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।