Text copied!
CopyCompare
ଓଡିଆ ବାଇବେଲ - ଆୟୁବ

ଆୟୁବ 18

Help us?
Click on verse(s) to share them!
1ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, “ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ ?
2ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
3ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ ?
4କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?
5ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
6ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
7ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
8ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
9ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।
10ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
11ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
12ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
13ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
14ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
15ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
16ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
17ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
18ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।

19ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ।
20ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
21ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”