Text copied!
CopyCompare
ଓଡିଆ ବାଇବେଲ - ଆୟୁବ - ଆୟୁବ 1

ଆୟୁବ 1:1-8

Help us?
Click on verse(s) to share them!
1ଊଷ୍‍ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
2ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।
3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।
4ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
5ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।
6ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
7ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।
8ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ ?

Read ଆୟୁବ 1ଆୟୁବ 1
Compare ଆୟୁବ 1:1-8ଆୟୁବ 1:1-8