6ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
7ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।
8ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ ?