Text copied!
CopyCompare
ଓଡିଆ ବାଇବେଲ - ଆୟୁବ - ଆୟୁବ 34

ଆୟୁବ 34:18-34

Help us?
Click on verse(s) to share them!
18ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ ?
19ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
20ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।
21କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ବରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
22ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
23କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।
24ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।
25ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।
26ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
27କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
28ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।
29ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
30ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।
31କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
32ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ ?
33ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।
34ବୁଦ୍ଧିମାନ ଲୋକେ ଏବଂ ମୋ’ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;

Read ଆୟୁବ 34ଆୟୁବ 34
Compare ଆୟୁବ 34:18-34ଆୟୁବ 34:18-34