1ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
2ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
3ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
4ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;