Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 10

ଉପଦେଶକ 10:12-20

Help us?
Click on verse(s) to share them!
12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !
18ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।
20ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।

Read ଉପଦେଶକ 10ଉପଦେଶକ 10
Compare ଉପଦେଶକ 10:12-20ଉପଦେଶକ 10:12-20