Text copied!
Bibles in Odia

ଉପଦେଶକ 10:2-11 in Odia

Help us?

ଉପଦେଶକ 10:2-11 in ଓଡିଆ ବାଇବେଲ

2 ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
6 ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
7 ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
10 ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
ଉପଦେଶକ 10 in ଓଡିଆ ବାଇବେଲ