Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 10

ଉପଦେଶକ 10:4-19

Help us?
Click on verse(s) to share them!
4ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
6ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
7ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
8ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
9ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
10ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !
18ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।

Read ଉପଦେଶକ 10ଉପଦେଶକ 10
Compare ଉପଦେଶକ 10:4-19ଉପଦେଶକ 10:4-19