1ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
2ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।