Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 11

ଉପଦେଶକ 11:1-6

Help us?
Click on verse(s) to share them!
1ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
2ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
4ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
5ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
6ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।

Read ଉପଦେଶକ 11ଉପଦେଶକ 11
Compare ଉପଦେଶକ 11:1-6ଉପଦେଶକ 11:1-6