Text copied!
Bibles in Odia

ଉପଦେଶକ 11:1-6 in Odia

Help us?

ଉପଦେଶକ 11:1-6 in ଓଡିଆ ବାଇବେଲ

1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
4 ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
5 ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
ଉପଦେଶକ 11 in ଓଡିଆ ବାଇବେଲ