Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 11

ଉପଦେଶକ 11:3-8

Help us?
Click on verse(s) to share them!
3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
4ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
5ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
6ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
7ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।
8ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।

Read ଉପଦେଶକ 11ଉପଦେଶକ 11
Compare ଉପଦେଶକ 11:3-8ଉପଦେଶକ 11:3-8