Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 12

ଉପଦେଶକ 12:1-12

Help us?
Click on verse(s) to share them!
1ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
2ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
4ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
8ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
9ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।

Read ଉପଦେଶକ 12ଉପଦେଶକ 12
Compare ଉପଦେଶକ 12:1-12ଉପଦେଶକ 12:1-12