10ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
13ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।