5ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
8ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
9ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।