7ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
8ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
9ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।