Text copied!
Bibles in Odia

ଉପଦେଶକ 12:8-11 in Odia

Help us?

ଉପଦେଶକ 12:8-11 in ଓଡିଆ ବାଇବେଲ

8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11 ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
ଉପଦେଶକ 12 in ଓଡିଆ ବାଇବେଲ