Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 1

ଉପଦେଶକ 1:1-11

Help us?
Click on verse(s) to share them!
1ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।
3ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ ?
4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
5ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
7ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
8ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
9ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
10ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
11ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।”

Read ଉପଦେଶକ 1ଉପଦେଶକ 1
Compare ଉପଦେଶକ 1:1-11ଉପଦେଶକ 1:1-11