Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 2

ଉପଦେଶକ 2:10-21

Help us?
Click on verse(s) to share them!
10ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
12ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
13ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।
14ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
15ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”
16କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
17ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
18ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

Read ଉପଦେଶକ 2ଉପଦେଶକ 2
Compare ଉପଦେଶକ 2:10-21ଉପଦେଶକ 2:10-21