Text copied!
Bibles in Odia

ଉପଦେଶକ 2:15-22 in Odia

Help us?

ଉପଦେଶକ 2:15-22 in ଓଡିଆ ବାଇବେଲ

15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”
16 କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20 ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ ?
ଉପଦେଶକ 2 in ଓଡିଆ ବାଇବେଲ