18ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।