18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
20 ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
22 ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ ?
23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25 କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ ?