22ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ ?
23କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ ?
26ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।