23କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
24ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
25କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ ?