3ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣିପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।
4ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
5ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
6ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
7ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
8ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।