Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 2

ଉପଦେଶକ 2:5-15

Help us?
Click on verse(s) to share them!
5ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;
6ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
7ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
8ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
9ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା।
10ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
12ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
13ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।
14ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
15ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”

Read ଉପଦେଶକ 2ଉପଦେଶକ 2
Compare ଉପଦେଶକ 2:5-15ଉପଦେଶକ 2:5-15