Text copied!
Bibles in Odia

ଉପଦେଶକ 2:6-11 in Odia

Help us?

ଉପଦେଶକ 2:6-11 in ଓଡିଆ ବାଇବେଲ

6 ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
7 ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
9 ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା।
10 ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
ଉପଦେଶକ 2 in ଓଡିଆ ବାଇବେଲ