Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 3

ଉପଦେଶକ 3:12-16

Help us?
Click on verse(s) to share them!
12ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
15ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।

Read ଉପଦେଶକ 3ଉପଦେଶକ 3
Compare ଉପଦେଶକ 3:12-16ଉପଦେଶକ 3:12-16