Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 3

ଉପଦେଶକ 3:13-18

Help us?
Click on verse(s) to share them!
13ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
15ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
17ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”

Read ଉପଦେଶକ 3ଉପଦେଶକ 3
Compare ଉପଦେଶକ 3:13-18ଉପଦେଶକ 3:13-18