Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 3

ଉପଦେଶକ 3:15-22

Help us?
Click on verse(s) to share them!
15ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
17ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
19କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
20ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
21ମନୁଷ୍ୟର ଆତ୍ମା ଉର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ ?
22ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?

Read ଉପଦେଶକ 3ଉପଦେଶକ 3
Compare ଉପଦେଶକ 3:15-22ଉପଦେଶକ 3:15-22