3ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
4ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
5ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
6ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
7ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
9କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ ?
10ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
11ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
12ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।