Text copied!
Bibles in Odia

ଉପଦେଶକ 4:2-15 in Odia

Help us?

ଉପଦେଶକ 4:2-15 in ଓଡିଆ ବାଇବେଲ

2 ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
3 ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
5 ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
6 ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9 ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?
12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।
13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।
15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
ଉପଦେଶକ 4 in ଓଡିଆ ବାଇବେଲ