6ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
7ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
8କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।