Text copied!
Bibles in Odia

ଉପଦେଶକ 4:8-16 in Odia

Help us?

ଉପଦେଶକ 4:8-16 in ଓଡିଆ ବାଇବେଲ

8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9 ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10 ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11 ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?
12 ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।
13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।
15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
ଉପଦେଶକ 4 in ଓଡିଆ ବାଇବେଲ