Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 4

ଉପଦେଶକ 4:9-16

Help us?
Click on verse(s) to share them!
9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?
12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।
13ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।
15ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
16ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।

Read ଉପଦେଶକ 4ଉପଦେଶକ 4
Compare ଉପଦେଶକ 4:9-16ଉପଦେଶକ 4:9-16