11ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ?
12ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
14ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
15ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।