Text copied!
Bibles in Odia

ଉପଦେଶକ 5:12-19 in Odia

Help us?

ଉପଦେଶକ 5:12-19 in ଓଡିଆ ବାଇବେଲ

12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
14 ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
17 ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
ଉପଦେଶକ 5 in ଓଡିଆ ବାଇବେଲ