16ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
17ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
20ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।