3କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
4ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
5ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।