Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 5

ଉପଦେଶକ 5:7-19

Help us?
Click on verse(s) to share them!
7କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
8ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
9ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।
10ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
11ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ?
12ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
14ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
15ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
16ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
17ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

Read ଉପଦେଶକ 5ଉପଦେଶକ 5
Compare ଉପଦେଶକ 5:7-19ଉପଦେଶକ 5:7-19