4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
5ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ?
7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?
9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
11ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ?
12କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?