4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
5ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା’ନ୍ତି ?