7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?
9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।