Text copied!
Bibles in Odia

ଉପଦେଶକ 7:13-16 in Odia

Help us?

ଉପଦେଶକ 7:13-16 in ଓଡିଆ ବାଇବେଲ

13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ ?
14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ?
ଉପଦେଶକ 7 in ଓଡିଆ ବାଇବେଲ