Text copied!
Bibles in Odia

ଉପଦେଶକ 7:14-18 in Odia

Help us?

ଉପଦେଶକ 7:14-18 in ଓଡିଆ ବାଇବେଲ

14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ?
17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ ?
18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
ଉପଦେଶକ 7 in ଓଡିଆ ବାଇବେଲ