Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 8

ଉପଦେଶକ 8:1-13

Help us?
Click on verse(s) to share them!
1ଜ୍ଞାନବାନର ତୁଲ୍ୟ କିଏ ଅଛି ? ଓ କିଏ ବିଷୟର ଭାବାର୍ଥ ଜାଣେ ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
2ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
3ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
4ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହି ପାରେ ?
5ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
6କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
7କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
8ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ।
9ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।
10ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
11କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
12ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।

Read ଉପଦେଶକ 8ଉପଦେଶକ 8
Compare ଉପଦେଶକ 8:1-13ଉପଦେଶକ 8:1-13