12ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
13ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
14ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।”