Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 8

ଉପଦେଶକ 8:13-15

Help us?
Click on verse(s) to share them!
13ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
14ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।”
15ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।

Read ଉପଦେଶକ 8ଉପଦେଶକ 8
Compare ଉପଦେଶକ 8:13-15ଉପଦେଶକ 8:13-15